ମଧ୍ୟାହ୍ନ ଭୋଜନ ଖାଇ ଦ୍ୱିତୀୟ ଶ୍ରେଣୀ ଛାତ୍ରୀ ମୃତ, ପରିବାର ଲୋକଙ୍କ ଉଚ୍ଚସ୍ତରୀୟ ତଦନ୍ତ ଦାବି

ଆଶ୍ରମ ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ଦ୍ୱିତୀୟ ଶ୍ରେଣୀ ଛାତ୍ରୀ ମୃତ । ଏହି ଅଭାବନୀୟ ଘଟଣା ଘଟିଛି କଟକ ଜିଲ୍ଲା ଡମପଡା ବ୍ଲକ ଗୟଳବାଙ୍କ ଆଶ୍ରମ ବିଦ୍ୟାଳୟରେ । ମୃତ ଛାତ୍ରୀଙ୍କ ଘର ମୟୂରଭଞ୍ଜ ଜିଲ୍ଲାରେ । ଛାତ୍ରୀ ଜଣକ ମଧ୍ୟାହ୍ନ ଭୋଜନ ଖାଇ ସାରିବା ପରେ ହାତ ଧୋଇବା ବେଳେ ମୁଣ୍ଡ ବୁଲାଇ ତଳେ ପଡି ଯାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନା ନେବା ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଖବର ପାଇ ଛାତ୍ରୀଙ୍କ ପରିବାର ଲୋକେ ପହଞ୍ଚି ମୃତ୍ୟୁର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ଦାବି କରିଛନ୍ତି । ସେପଟେ ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଜିଲ୍ଲା କଲ୍ୟାଣ ଅଧିକାରୀ କହିଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.