ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ, ଓଡ଼ିଶାରେ ରହିବେ ୪ ଦିନ

ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ । କାଲି ମୟୁରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା କିଚକେଶ୍ୱରୀଙ୍କୁ ଦର୍ଶନ କରିବା ସହିତ ପ୍ରସାଦ ସେବନ କରିବେ । ଅପରାହ୍ନ ୨:୩୦ ସମୟରେ ପାଣ୍ଡରଶିଳ ଗାଁରେ ବାୟୁସେନାର ସ୍ୱତନ୍ତ୍ର ହେଲିକ୍ୟାପ୍ଟର ରେ ପହଁଚିବେ ।

ଭୁବନେଶ୍ୱର : ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ । କାଲି ମୟୁରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା କିଚକେଶ୍ୱରୀଙ୍କୁ ଦର୍ଶନ କରିବା ସହିତ ପ୍ରସାଦ ସେବନ କରିବେ । ଅପରାହ୍ନ ୨:୩୦ ସମୟରେ ପାଣ୍ଡରଶିଳ ଗାଁରେ ବାୟୁସେନାର ସ୍ୱତନ୍ତ୍ର ହେଲିକ୍ୟାପ୍ଟର ରେ ପହଁଚିବେ । ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ପରିବର୍ତ୍ତନ ନେଇ ରାଷ୍ଟ୍ରଭବନରୁ ଫୋନ ଯୋଗେ ଖିଚିଂ ମନ୍ଦିର କାର୍ଯ୍ୟାଳୟ କୁ ସୂଚନା ଦିଆଯାଇଛି । ସୁରକ୍ଷା ଦୃଷ୍ଟିକୁ ଆଖିଆଗରେ ରଖି ପୂର୍ବାଞ୍ଚଳ IG ସହିତ ବରିଷ୍ଠ ପୋଲିସ ଅଧିକାରୀ ମାନେ ଖିଚିଂ ପରିଦର୍ଶନ କରି ତଦାରଖ କରିଛନ୍ତି ।

ମୟୂରଭଞ୍ଜ ଜିଲ୍ଲାରେ ୨ ଦିନ ରହଣୀ ସାଙ୍ଗକୁ କେନ୍ଦୁଝର, କଟକ, ଭୁବନେଶ୍ଵର, ବ୍ରହ୍ମପୁର ଓ ସମ୍ୱଲପୁରଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଓଡ଼ିଶାରେ ରହିବେ ୪ ଦିନ । ମାରାଥନ୍ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି । ଏଥିପାଇଁ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି । ଆସନ୍ତାକାଲି ରାଇରଙ୍ଗପୁରରେ ନିଜ ବାସଭବନରେ ରାତ୍ରୀଯାପନ କରିବେ ରାଷ୍ଟ୍ରପତି । ମାଟିର ଝିଅକୁ ସ୍ବାଗତ ପାଇଁ ସାରା ମୟୂରଭଞ୍ଜ ଜିଲ୍ଲା ଚଳଚଞ୍ଚଳ ହୋଇ ଉଠିଛି ।

ମୟୂରଭଞ୍ଜ ଜିଲ୍ଲାରେ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ୧୫ ପ୍ଲାଟୁନ ଫୋର୍ସ ମୁତୟନ ରହିବେ । ୨୯ ତାରିଖରେ କେନ୍ଦୁଝର ଧରଣୀଧର ବିଶ୍ବବିଦ୍ୟାଳୟରେ କେନ୍ଦୁଝରର ଜନଜାତିଙ୍କ ଉପରେ ଆୟୋଜିତ ଆଲୋଚନାଚକ୍ରକୁ ଉଦଘାଟନ କରିବେ ରାଷ୍ଟ୍ରପତି। ଭୁବନେଶ୍ବର ଉତ୍କଳ ବିଶ୍ବବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ହେବେ ।

ମାର୍ଚ୍ଚ ୧ ତାରିଖରେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ଅପରାହ୍ଣରେ କଟକରେ ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବେ । ୨ ତାରିଖ ସକାଳେ ସମ୍ବଲପୁର ଜିଲ୍ଲା ଗସ୍ତରେ ଯିବେ ରାଷ୍ଟ୍ରପତି। .

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.