Below header

ବାରିପଦା ଷ୍ଟେସନ ରୋଡ଼ରେ ଥିବା ବ୍ୟାଙ୍କ ଅଫ ବରୋଦା ଶାଖାରେ ଭୟାବହ ଅଗ୍ନିକାଣ୍ଡ

ବାରିପଦା(କେନ୍ୟୁଜ୍): ବାରିପଦା ସ୍ଥିତ ବ୍ୟାଙ୍କ ଅଫ ବରୋଦା ଶାଖାରେ ଭୟାବହ ଅଗ୍ନିକାଣ୍ଡ। ଷ୍ଟେସନ ରୋଡ଼ରେ ଥିବା ବ୍ୟାଙ୍କ ଶାଖାରେ ଗତକାଲି ରାତି ପ୍ରାୟ ୧୧ଟା ସମୟରେ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଲୋକେ ନିଆଁ ଲାଗିଥିବା ଦେଖି ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ।

ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। ବ୍ୟାଙ୍କ ସହ ATM ମଧ୍ୟ ସଂପୂର୍ଣ୍ଣ ପୋଡି ଯାଇଛି। ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ତେବେ କେତେ ପରିମାଣର କ୍ଷୟକ୍ଷତି ହୋଇଛି ତାହା ଜଣାପଡିନି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.