ଭୁବନେଶ୍ୱର ଝାରପଡା ସ୍ଥିତ ଏକ ଫର୍ନିଚର ରିପାଏରିଂ ଦୋକାନରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡି ନଷ୍ଟ

ଭୁବନେଶ୍ୱର(କେନ୍ୟୁଜ୍): ଭୟାବହ ଅଗ୍ନିକାଣ୍ଡ। ଭୁବନେଶ୍ୱର ସ୍ଥିତ ଝାରପଡା ଲେନ୍ ନମ୍ବର ୧୦ରେ ଥିବା ଏକ ଫର୍ନିଚର ରିପାଏରିଂ ଦୋକାନରେ ଭୟାବହ ଅଗ୍ନିକାଣ୍ଡ। ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ତେବେ ଏଯାଏ ଅଗ୍ନିକାଣ୍ଡର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି। ଏପଟେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡି ନଷ୍ଟ ହୋଇଯାଇଥିବା ସୂଚନା ମିଳିଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ସମ୍ପୂର୍ଣ୍ଣ ଆୟତ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.