Below header

ବୌଦ୍ଧ-ଅନୁଗୁଳ ଜିଲ୍ଲା ସୀମାନ୍ତ କିଆକଟା ଛକରେ ମର୍ମନ୍ତୁଦ ଦୁର୍ଘଟଣା: ଇନୋଭାକୁ ଧକ୍କା ଦେଲା ବସ୍, ୨ମୃତ

ବୌଦ୍ଧ: ବୌଦ୍ଧ- ଅନୁଗୁଳ ଜିଲ୍ଲା ସୀମାନ୍ତ କିଆକଟା ଛକରେ ମର୍ମନ୍ତୁଦ ଦୁର୍ଘଟଣା। ଗତକାଲି ବିଳମ୍ବିତ ରାତିରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ଜଣାପଡିଛି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି।  ଏହି ଦୁର୍ଘଟଣାରେ ପାଖାପାଖି ୨୫ ଯାତ୍ରୀ ଆହତ  ହୋଇଛନ୍ତି।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ହୀରାକୁଦରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ଯାତ୍ରିବାହୀ ବସ୍‌ କିଆକଟା ଛକ ଉପରେ ଛିଡ଼ା ହୋଇଥିବା ଏକ ଇନୋଭାକୁ ଧକ୍କା ଦେଇଥିଲା। ଯାହା ଫଳରେ ଘଟଣାସ୍ଥଳରେ ହିଁ ୨ ଜଣଙ୍କର ପ୍ରାଣ ଚାଲିଯାଇଥିବାବେଳେ ୮ ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଆହତ ଯାତ୍ରୀଙ୍କୁ ବୌଦ୍ଧ ମେଡିକାଲରେ ଭର୍ତ୍ତି କରାଯାଇଛି। ଏନେଇ ଖ‍ବର ପାଇବାପରେ ଅଗ୍ନିଶମ କର୍ମଚାରୀ ଓ ପୋଲିସ୍ ଘଟଣାସ୍ଥଳରେ‌ ପହଞ୍ଚି  ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କାର୍ଯ୍ଯ କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.