ରାଜ୍ୟ

ଇଏ କେମିତିକା ମୃତ୍ୟୁ ? ଚଳନ୍ତା ଅଟୋ ଉପରେ ପଡିଗଲା ଗଛ; ଜଣେ ମହିଳା ମୃତ, ଗର୍ଭବତୀ ସମେତ ୨ ଗୁରୁତର

ଅନୁଗୁଳ (କେନ୍ୟୁଜ): ଜାତୀୟରଜପଥ ୧୪୯ ବାଲିପଶି ଗ୍ରାମ ନିକଟରେ ଏକ ଚଳନ୍ତା ଅଟୋ ଉପରେ ହଠାତ୍ ଖସିଲା ଶୁଖିଲା ଗଛ। ଫଳ ରେ ଅଟୋ ରେ ବସିଥିବା ଜଣେ ମହିଳାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗର୍ଭବତୀ ମହିଳାଙ୍କୁ ମିଶାଇ ୨ ଜଣ ଗୁରୁତର ଅଛନ୍ତି ।ଗୁରୁତରଙ୍କୁ ସ୍ଥାନୀୟ ଲୋକମାନେ ଉଦ୍ଧାର କରି ପାଳଲହଡା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ମୃତ ମହିଳା ହେଉଛନ୍ତି ଖମାର ଥାନା ଅନ୍ତର୍ଗତ ତିଳେଇପଶି ଗ୍ରାମର ଜେମା ପରିଡା । ସମସ୍ତେ ପାଲଲହଡା ଡାକ୍ତରଖାନା କୁ ଚିକିତ୍ସା ପାଇଁ ଆସି ନିଜ ଗାଁ କୁ ଫେରୁଥିଲେ।

ସୂଚନା ମୁତାବକ ଏକ ଯାତ୍ରୀବାହୀ ଅଟୋରେ ପାଲଲହଡା ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆସି ନିଜ ଗାଁକୁ ଫେରୁଥିଲେ। ଜାତୀୟ ରାଜପଥ କଡ଼ରେ ଥିବା ଶୁଖିଲା ଗଛଟି ହଠାତ୍ ଅଟୋ ଉପରକୁ ଖସିପଡିଥିଲା। ଏତେ ଜୋରରେ ଅଟୋରେ ମାଡ଼ ହୋଇଥିଲା ଯେ ଅଟୋରେ ବସିଥିବା ତିଳେଇପଶି ଗ୍ରାମର ଜେମା ପରିଡାଙ୍କ ମୃତ୍ୟୁ ଘଟିଥିଲା। ତେ​‌ବେ ଅଟୋରେ ଥିବା ଅନ୍ୟ ଜଣେ ମହିଳାଙ୍କ ସମେତ ୨ ଜଣ ଗୁରୁତର ହୋଇଥିଲେ। ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।ଅନ୍ୟପଟେ ଅଟୋ ଚାଳକ ସତ୍ୟାନନ୍ଦ ବିଶ୍ୱାଳ ସୁରକ୍ଷିତ ଥିବା ଜଣାପଡିଛି।

Barsha

Recent Posts

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

13 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

41 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago