ରାଜ୍ୟ

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଡୋଶୀଙ୍କ ଘରେ ନିଆଁ ଲଗାଇଦେଲେ ଯୁବକ, ପୋଡି ହୋଇ ସ୍ୱାମୀ-ସ୍ତ୍ରୀ ଗୁରୁତର

ଉଦଳା (କେନ୍ୟୁଜ): ଯୁବକ ଘଟଇଲେ ନାରକୀୟ କାଣ୍ଡ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଡୋଶୀଙ୍କ ଘରେ ନିଆଁ ଲଗାଇଦେଲେ ଯୁବକ । ଘରେ ଶୋଇଥିବା ବେଳେ ନିଆଁ ଲାଗିବା ଫଳରେ ନିଆଁରେ ପୋଡି ହୋଇ ଗୁରୁତର ହୋଇଛନ୍ତି ସ୍ୱାମୀ ଏବଂ ସ୍ତ୍ରୀ। ଏଭଳି ଘଟଣା ଘଟିଛି କପ୍ତିପଦା ଥାନା ନୂଆସାହି ଗ୍ରାମରେ । ନୂଆସାହି ଗ୍ରାମର ଅର୍ଜୁନ ଦଣ୍ଡପାଟଙ୍କର ପଡୋଶୀ ବିଶିକେଶନ ଭୂୟାଁଙ୍କ ସହିତ ପୂର୍ବ ଶତ୍ରୁତା ରହିଥିଲା ।

ତେବେ ଗତକାଲି ଅର୍ଜୁନ ଏବଂ ତାଙ୍କ ସ୍ତ୍ରୀ ଘରେ ଶୋଇଥିବା ଅବସ୍ଥାରେ ପଡୋଶୀ ବିସିକେଶନ ତାଙ୍କ ଘରେ ନିଆଁ ଲଗାଇ ଦେଇଥିଲେ । ନିଆଁରେ ଘର ଜଳିଯିବା ସହିତ ନିଆଁରେ ପୋଡି ହୋଇ ଅର୍ଜୁନ ଏବଂ ତାଙ୍କ ସ୍ତ୍ରୀ ସୁମତି ଦଣ୍ଡପାଟ ଗୁରୁତର ହୋଇଥିଲେ । ଗୁରୁତର ଅବସ୍ଥାରେ ଉଭୟଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ବାରିପଦା ପିଆରଏମ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ପୂର୍ବ ଶତ୍ରୁତାକୁ ନେଇ ଏଭଳି ଏକ ନାରକୀୟ କାଣ୍ଡ ଯୁବକ ଭିଆଇବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ସୃଷ୍ଟି କରିଥିବା ବେଳେ କପ୍ତିପଦା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

 

 

 

Barsha

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

9 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

13 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

17 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

29 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

46 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago