ଭଞ୍ଜନଗର ହାତୀଗୁଡା ଗ୍ରାମରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ସ୍ଥାନାନ୍ତର

ଭଞ୍ଜନଗର(କେନ୍ଯୁଜ୍): ଭଞ୍ଜନଗର ଥାନା ଅନ୍ତର୍ଗତ ହାତୀଗୁଡା ଗ୍ରାମରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଗ୍ରାମର ରାଜେନ୍ଦ୍ର ଜେନା ନାମକ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ରାଜେନ୍ଦ୍ରଙ୍କ ମୁଣ୍ଡ ଓ ପେଟକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ଏହି ଆକ୍ରମଣର ପ୍ରକୃତ କାରଣ ଜଣା ପଡିନଥିବା ବେଳେ ଜମିଜମା ବିବାଦକୁ କେନ୍ଦ୍ରକରି ଗଣ୍ଡଗୋଳ ହୋଇଥିବା ଅନୁମାନ କରାଯାଉଛି।

ଖବର ପାଇ ଭଞ୍ଜନଗର ପୋଲିସ ହାତୀଗୁଡା ଗ୍ରାମରେ ପହଁଚି ରକ୍ତ ଜୁଡୁବୁଡୁ ଅବସ୍ଥାରେ ରାଜେନ୍ଦ୍ରଙ୍କୁ ଉଦ୍ଧାର କରି ଭଞ୍ଜନଗର ମେଡ଼ିକାଲରେ ଭର୍ତ୍ତି କରିଥିବା ବେଳେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ପୋଲିସ ଏନେଇ ତଦନ୍ତ ଆରମ୍ଭ କରିଛି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.