ସୋରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ସୋର : ସିମୁଳିଆ ଥାନା ଅଧିନସ୍ଥ ୧୬ ନମ୍ବର ଜାତୀୟ ରାଜପଥର ଜାମୁଝାଡି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଜଣେ ମୃତ ଓ ଦୁଇ ଜଣ ଗୁରୁତର ହୋଇଛନ୍ତି । ମିଳିଥିବା ସୂଚନା ଅନୁସାରେ ଜାମୁଝାଡି ଠାରେ ଛିଡା ହୋଇଥିବା ଏକ ଟ୍ରକକୁ ଏକ ପିକଅପ୍ ଭ୍ୟାନ ପଛପଟୁ ଧକ୍କା ଦେଇଥିଲା । ଯାହା ଫଳରେ ପିକଅପ୍ ଭ୍ୟାନର ଡ୍ରାଇଭରଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ହୋଇ ପଡିଥିଲେ ।ଗୁରୁତରଙ୍କୁ ଭଦ୍ରକ ଡାକ୍ତରଖାନକୁ ସ୍ତାନାନ୍ତରିତ କରାଯାଇଛି। ଉଭୟ ମୃତକ ଓ ଗୁରୁତର ବ୍ୟକ୍ତି ଭଦ୍ରକ ଅଞ୍ଚଳର ବୋଲି ଜଣାପଡିଛି। ସିମୁଳିଆ ପୋଲିସି ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.