ବଲାଙ୍ଗିରରେ ସଡ଼କ ଦୁର୍ଘଟଣାକୁ ନେଇ ଉତ୍ତେଜନା , ଦୁଇଟି ଟ୍ରକରେ ନିଆଁ ଲଗାଇଦେଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗିର(କେନ୍ୟୁଜ୍) : ବଲାଙ୍ଗିର ସହର ଶିବ ମନ୍ଦିର ଛକରେ ସଡ଼କ ଦୁର୍ଘଟଣା । ବାଇକକୁ ଧକ୍କା ଦେବାରୁ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଗାନ୍ଧିନଗରପଡାର ଗୋପାଲ ମିଶ୍ର । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । ସ୍ଥାନୀୟ ଲୋକେ ଦୁଇଟି ଟ୍ରକରେ ନିଆଁ ଲଗାଇବା ସହ ଭଙ୍ଗାରୁଜା କରିଛନ୍ତି । ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରିବା ସହ ବାଇପାସ୍ ରାସ୍ତା ନିର୍ମାଣ ପାଇଁ ଦାବି କରିଛନ୍ତି ଉତ୍ୟକ୍ତ ଲୋକେ । ଘଟଣାସ୍ଥଳରେ ପୋଲିସ ପ୍ରଶାସନ ଅଧିକାରୀ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଛନ୍ତି ।