ଗଞ୍ଜାମ କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ବରଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ , ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ବ୍ରହ୍ମପୁର (କେନ୍ୟୁଜ୍) : ଘାଟିରେ ବରଯାତ୍ରୀ ବସ୍‌ ଦୁର୍ଘଟଣା। ଗଞ୍ଜାମ କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ବରଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରାୟ ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗୁରୁତର ୪ଜଣଙ୍କୁ ପ୍ରଥମେ ଭଞ୍ଜନଗର ଡାକ୍ତରଖାନା ଓ ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ବସ୍‌ରେ ପ୍ରାୟ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଥିଲେ। ବସ୍‌ଟି ରାଉରକେଲାରୁ ଆସିକା ଆସୁଥିବାବେଳେ କଳିଙ୍ଗାଘାଟିର ଅନ୍ଧାରିକୋଟ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.