କେନ୍ଦୁଝର : ବୋଲେରୋ ସହ କାର୍ ମୁହାଁମୁହିଁ ଧକ୍କାରେ ୨ଗୁରୁତର, ୩ ଆହତ

ଘଟଗାଁ : ବୋଲେରୋ ସହ କାର ମୁହାଁମୁହିଁ ଧକ୍କାରେ ୨ଜଣ ଗୁରୁତର ଥିବା ବେଳେ ୩ଜଣ ସାମାନ୍ୟ ଆହତ ହୋଇଛନ୍ତି । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ମଙ୍ଗଳପୁର ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଘଟଣା ଘଟିବାର ଦେଖି ସ୍ଥାନୀୟ ଲୋକେ ହରିଚନ୍ଦନପୁର ଅଗ୍ନିଶମ ବିଭାଗକୁ ଫୋନ୍ ଯୋଗେ ଜଣାଇଥିଲେ ।

ACCI-1

ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଗୁରୁତର ଓ ଆହତଙ୍କୁ ଉଦ୍ଧାର କରି ହରିଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ । ପ୍ରାଥମିକ ଚିକିତ୍ସା ପରେ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.