ରାଜ୍ୟ

ଯାଜପୁର: ୧୬ ନମ୍ୱର ଜାତୀୟ ରାଜପଥରେ ଦୁର୍ଘଟଣା, ସିସିଟିଭିରେ କଏଦ୍‌ ହେଲା ଭିଜୁଆଲ

ଯାଜପୁର (କେନ୍ୟୁଜ): ୧୬ନଂ ଜାତୀୟ ରାଜପଥ ଚଣ୍ଡିଖୋଲ ଛକ ନିକଟ ଶାନ୍ତିଲତା କେୟାର ସମ୍ମୁଖରେ ଆଜି ଭାରସାମ୍ୟ ହରାଇ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣା ସମୟର ଦୃଶ୍ୟ ସିସିଟିଭି କ୍ୟାମେରାରେ କଏଦ ହୋଇଛି । ଏହି ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇନଥିବା ସୂଚନା ମିଳିଛି।

ସୂଚନା ଅନୁଯାୟୀ କାରଟି ଛତିଆରୁ ଚଣ୍ଡିଖୋଲ ଅଭିମୁଖେ ଯାଉଥିବା ବେଳେ ଚଣ୍ଡିଖୋଲ ଛକ ନିକଟରେ ଜାତୀୟ ରାଜପଥରେ କାରଟି ଭାରସାମ୍ୟ ହରାଇ ରାସ୍ତା ପାଶ୍ୱରେ ଥିବା ବ୍ୟାରିକେଡ଼ ଭାଙ୍ଗି ଓଲଟି ପଡିଥିଲା । ତେବେ ଏହି ଦୁର୍ଘଟଣାରେ ଗାଡି ଚାଳକଙ୍କ କୌଣସି କ୍ଷତି ହୋଇନଥିବା ଜଣାପଡିଛି । ଘଟଣା ସ୍ଥଳରେ ଚଣ୍ଡିଖୋଲ ଫାଣ୍ଡି ପୋଲିସ ପହଁଚି ଗାଡିକୁ ଜବତ କରି ଘଟଣାର ଅଧିକ ତଦନ୍ତ ଚଳାଇଛି । ଦୁର୍ଘଟଣାର ସମସ୍ତ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି ।

Barsha

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ

ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…

27 mins ago

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

3 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

4 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

4 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

4 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

4 hours ago