Below header

ଯାଜପୁର: ସ୍କୁଲ ହତା ଭିତରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ଅଭିଯୁକ୍ତ ଗିରଫ

ଯାଜପୁର(କେନ୍ୟୁଜ୍): ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ସ୍କୁଲ ହତା ଭିତରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ଅଭିଯୁକ୍ତ ଗିରଫ । ମୃତ ଛାତ୍ରୀଙ୍କ ପରିବାର ପକ୍ଷରୁ ହତ୍ୟା ଅଭିଯୋଗ ପରେ ଅଭିଯୁକ୍ତ ପ୍ରେମିକକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗତକାଲି ସ୍କୁଲ ହତା ଭିତରୁ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା ।

ପରିବାରର ବିରୋଧ ଯୋଗୁ ପ୍ରେମୀଯୁଗଳ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିବା କୁହାଯାଉଥିଲା । ତେବେ ପ୍ରେମିକା ରଶି ଲଗାଇ ଝୁଲି ପଡ଼ିବା ପରେ ଆତ୍ମହତ୍ୟା କରିବାକୁ ଡରିଯାଇଥିଲା ପ୍ରେମିକ । ମୃତ  ବାଳିକାଙ୍କ ପରିବାର ଝିଅକୁ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ କରିଥିଲେ । ଏହି ଘଟଣାରେ ପୋଲିସ ସଂପୃକ୍ତ ଯୁବକଙ୍କୁ ଅଟକ ରଖି ପଚରାଉଚରା କରିବା ପରେ ଆଜି ଗିରଫ କରି କୋର୍ଟ ଚାଲାଣ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.