Below header

ବ୍ରହ୍ମପୁର: ମନ୍ଦିର ପରିସରରେ ବ୍ୟକ୍ତିଙ୍କୁ ପଥରରେ ଛେଚି ହତ୍ୟା, ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଆରମ୍ଭ କରିଛି ପୋଲିସ୍

ବ୍ରହ୍ମପୁର(କେନ୍ୟୁଜ୍): ବ୍ରହ୍ମପୁର ସହରର ବଡ଼ ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ରାଧାକୃଷ୍ଣ ମନ୍ଦିର ପରିସରରେ ଜଣେ ବ୍ୟକ୍ତିଙ୍କ ମୃତ ଦେହେ ଉଦ୍ଧାର ହୋଇଛି  । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନଥିବା ବେଳେ ତାଙ୍କୁ କେହି ଦୁର୍ବୃତ୍ତ ପଥରରେ ଛେଚି ହତ୍ୟା କରିଥିବା ଅନୁମାନ କରାଯାଉଛି  ।

ମୃତ ବ୍ୟକ୍ତିଙ୍କ ମୁଣ୍ଡରେ ପଥର ଛେଚି ହୋଇଥିବାରୁ ଗଭୀର ଆଘାତ ହୋଇ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ ପରେ ମୃତ ହୋଇଛି । ଏହି ଘଟଣା ଗତକାଲି ରାତିରେ ହୋଇଥିବା ବେଳେ ଆଜି ସକାଳୁ ସ୍ଥାନୀୟ ଲୋକେ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ବଡ଼ ବଜାର ଥାନା ପୋଲିସ ପହଞ୍ଚି ସାଇଣ୍ଟିଫିକ୍ ଟିମ୍ ଓ ପୋଲିସ କୁକୁର ସହାୟତାରେ ତଦନ୍ତ ଆରମ୍ଭ କରିଛି  ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.