ଓଡ଼ିଆ ସୁଟର ଶ୍ରୀୟଙ୍କା ଷଡ଼ଙ୍ଗୀଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା, ଶୁଭେଚ୍ଛା ଜଣାଇଲେ ଅଚ୍ୟୁତ ସାମନ୍ତ

ଓଡ଼ିଆ ତାରକା ସୁଟର ଶ୍ରୀୟଙ୍କା ଷଡ଼ଙ୍ଗୀଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା ମିଳିଛି। ପ୍ୟାରିସ ଅଲିମ୍ପିକ୍ସ ପାଇଁ ଶ୍ରୀୟଙ୍କା ଷଡ଼ଙ୍ଗୀ ଯୋଗ୍ୟତା ଅର୍ଜନ କରିଛନ୍ତି। ଶ୍ରୀୟଙ୍କାଙ୍କ ସଫଳତା ପରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଆ ସୁଟର ଶ୍ରୀୟଙ୍କା ଷଡ଼ଙ୍ଗୀଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା । ୨୦୨୪ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କଲେ କିଟ୍ ଛାତ୍ରୀ ଶ୍ରୀୟଙ୍କା ଷଡ଼ଙ୍ଗୀ । ଏସୀୟ ସୁଟିଂ ଚାମ୍ପିଅନସିପରେ ସଫଳତା ପରେ ଅଲିମ୍ପିକ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି । ୫୦ ମିଟର ରାଇଫଲ ଥ୍ରି ପୋଜିସନରେ ଦଳଗତ ସ୍ବର୍ଣ୍ଣ ପଦକ ଜିତିବା ପରେ ଏହି ସଫଳତା ହାସଲ କରିଛନ୍ତି । ଶ୍ରୀୟଙ୍କାଙ୍କ ସଫଳତା ପରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି । ନିରନ୍ତର ସମର୍ଥନ ଓ ମାର୍ଗଦର୍ଶନ ପାଇଁ କିଟ ଓ କିସ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ଶ୍ରୀୟଙ୍କା।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.