Below header

ରାଜ୍ୟସଭାରୁ ଲୋକସଭା ପ୍ରାର୍ଥୀ ଅଚ୍ୟୁତ ସାମନ୍ତ

ଭୁବନେଶ୍ବର : ୨୦୧୯ ସାଧାରଣ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜୁ ଜନତା ଦଳ । ୯ଟି ଲୋକସଭା ସହ ୫୪ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ । ପ୍ରଥମ ଥର ପାଇଁ ଦୁଇଟି ଆସନରୁ ନିର୍ବାଚନ ଲଢୁଛନ୍ତି ମୁଖ୍ୟମନ୍ତ୍ରୀ । ହିଞ୍ଜିଳିକାଟୁ ଏବଂ ବିଜେପୁରରୁ ଲଢିବେ ନବୀନ ପଟ୍ଟନାୟକ । ତେବେ ଦୁଇଜଣ ରାଜ୍ୟସଭା ସାଂସଦ ହୋଇଛନ୍ତି ଲୋକସଭା ପ୍ରାର୍ଥୀ । ବରଗଡ ଲୋକସଭା ଆସନ ପାଇଁ ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ପ୍ରାର୍ଥୀ ହୋଇଥିବା ବେଳେ କନ୍ଧମାଳ ଲୋକସଭା ଆସନ ପାଇଁ ରାଜ୍ୟସଭା ସାଂସଦ ଅଚ୍ୟୁତ ସାମନ୍ତଙ୍କୁ ପ୍ରାର୍ଥୀ କରିଛି ବିଜୁ ଜନତା ଦଳ ।

୨୦୧୮ରେ ଅଚ୍ୟୁତ ସାମନ୍ତଙ୍କୁ ରାଜ୍ୟସଭା ସାଂସଦ ଭାବେ ମନୋନୀତ କରିଥିଲା ବିଜେଡି । ଆଉ ୨୦୧୯ ସାଧାରଣ ନିର୍ବାଚନରେ କନ୍ଧମାଳ ଲୋକସଭା ଆସନରୁ ତାଙ୍କୁ ପ୍ରାର୍ଥୀ କରିବାକୁ ନିଷ୍ପତ୍ତି ନେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।  ଆଗାମୀ ନିର୍ବାଚନ ପାଇଁ ପଶ୍ଚିମ ଓଡିଶାକୁ ଫୋକସ କରିଛି ବିଜେଡି । ଯେଉଁଥିପାଇଁ ବିଜେପୁର ବିଧାନସଭା ଆସନରୁ ଲଢିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥିର କରିଛନ୍ତି । ଆଉ ଅଚ୍ୟୁତ ସାମନ୍ତଙ୍କୁ ମଧ୍ୟ କନ୍ଧମାଳ ଲୋକସଭା ଆସନରୁ ପ୍ରାର୍ଥୀ କରିଛି ବିଜେଡି । ସେହିପରି ୨୦୧୬ ମସିହା ଠାରୁ ରାଜ୍ୟସଭା ସାଂସଦ ଅଛନ୍ତି ପ୍ରସନ୍ନ ଆଚାର୍ଯ୍ୟ । ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବରଗଡ ଲୋକସଭା ଆସନରେ ପ୍ରାର୍ଥୀ କରିବା ପାଇଁ ନିଷ୍ପତ୍ତି  କରିଛନ୍ତି ନବୀନ ପଟ୍ଟନାୟକ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.