ବିଶିଷ୍ଟ ଶିକ୍ଷାବିତ ଓ ସମାଜସେବୀ ଡ.ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନ ସୂଚକ ଡକ୍ଟରେଟ୍ ଉପାଧି

ଭୁବନେଶ୍ବର: ବିଶିଷ୍ଟ ଶିକ୍ଷାବିତ ଓ ସମାଜସେବୀ ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନର ଜୟପୁରସ୍ଥିତ ଆଇଆଇଏସ୍ ବିଶ୍ଵବିଦ୍ୟାଳୟ ପକ୍ଷରୁ ସମ୍ମାନ ସୂଚକ ଡକ୍ଟରେଟ୍ ଉପାଧି ପ୍ରଦାନ କରାଯାଇଛି। ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନପ୍ରଦାନ କରାଯାଇଛି। ଏହା ହେଉଛି ଶ୍ରୀ ସାମନ୍ତଙ୍କ ୪୧ ତମ ଡକ୍ଟରେଟ୍ ଡିଗ୍ରୀ।

FOUNDER-1ଶୁକ୍ରବାର ଅନୁଷ୍ଠିତ ବିଶ୍ଵବିଦ୍ୟାଳୟର ଅଷ୍ଟମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଇଣ୍ଟରନ୍ୟାସନାଲ କୋର୍ଟ ଅଫ୍ ଜଷ୍ଟିସ ର ବିଚାରପତି ଜଷ୍ଟିସ ପଦ୍ମ ଭୂଷଣ ଦଲବୀର ଭଣ୍ଡାରୀ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବିଶ୍ୱବିଦ୍ୟାଳୟର କୁଳାଧିପତି ଜଷ୍ଟିସ ଏସ୍ ଏନ୍ ଭାର୍ଗବ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ବିଶ୍ଵବିଦ୍ୟାଳୟର କୁଳପତି ଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ। ଏହି ସମ୍ମାନ ପାଇବା ପରେ ଶ୍ରୀ ସାମନ୍ତ ବିଶ୍ଵବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଧନ୍ୟବାଦ ଜଣାଇ କହିଛନ୍ତି ଏହି ସମ୍ମାନ ତାଙ୍କୁ ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଅଧିକ ରୁ ଅଧିକ କାମ କରିବା ପାଇଁ ପ୍ରେରଣା ଯୋଗାଇବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.