୧୪ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ଆକ୍ସନ, ୪ ଅଫିସରଙ୍କୁ ଚାକିରିରୁ ବହିଷ୍କାର କଲେ ରାଜ୍ୟ ସରକାର

ଭୁବନେଶ୍ୱର (କେନ୍ୟୁଜ): ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । ୧୪ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ । ୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି । ସେହିପିର ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଓ ୬ ଜଣଙ୍କ ପେନସନ ସ୍ଥାୟୀଭାବେ ସ୍ଥଗିତ ରଖାଯାଇଛି ।

ଜଣେ ସୁପରିନଟେଣ୍ଡିଂ ଇଞ୍ଜିନିୟର, ୨ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଡି.ଏସ୍‌.ପି, ଜଣେ ସିଡିପିଓ, ଜଣେ ଫରେଷ୍ଟ ରେଞ୍ଜ ଅଫିସର, ଜଣେ ତହସିଲଦାର, ଜଣେ ବି.ଡି.ଓ, ଜଣେ ସିନିଅର ମ୍ୟାନେଜର, ଜଣେ ଟ୍ୟାକ୍ସ କଲେକ୍ଟର, ଜଣେ ସପ୍ଲାଇ ଇନ୍ସପେକ୍ଟର ଓ ୩ ଜଣ ଜୁନିଅର ଇଞ୍ଜିନିୟର ଅଛନ୍ତି । ୫T ଓ ମୋ ସରକାର ବ୍ୟବସ୍ଥାରୁ ମିଳିଥିବା feedback ଭିତ୍ତିରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଏପର୍ଯ୍ୟନ୍ତ ୧୮୭ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.