ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ଡିପ୍ରେସନରେ ପରିଣତ, କାଲିଠୁ ବଢିବ ବର୍ଷା ପରିମାଣ

୧୬ରେ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଗୁରୁବାର ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଦେଇଛି ଆଇଏମଡି।

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ଅବପାତ। ଦକ୍ଷିଣପୂର୍ବ ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ ଡିପ୍ରେସନରେ ପରିଣତ ହୋଇଛି । ଆସନ୍ତାକାଲି ଏହା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ୧୬ରେ ଆନ୍ଧ୍ର ଉପକୂଳ ମୁହାଁ ହେବା ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦିଗ ପରିବର୍ତ୍ତନକରି ୧୭ ବେଳକୁ ଓଡ଼ିଶା ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି। ଅପପାତ ପ୍ରଭାବରେ ଆଜିଠାରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। କାଲିଠୁ ବଢିବ ବର୍ଷା ପରିମାଣ।

୧୬ରେ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଗୁରୁବାର ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଦେଇଛି ଆଇଏମଡି। ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭବନା ରହିଛି। ଏହାଛଡ଼ା ଗଞ୍ଜାମ, ଖୋର୍ଦ୍ଧା , ଭଦ୍ରକ, କଟକ, ଯାଜପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ୧୭ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା। ୧୭ରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଅନୁମାନ କରାଯାଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏପଟେ ଆଜିଠାରୁ ୧୭ ତାରିଖ ଯାଏଁ ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।.

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.