ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ , ଆଜିଠୁ ବଢ଼ିବ ବର୍ଷାର ପରିମାଣ

୫ ଦିନ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ସକାଳ ୮ଟା ୩୦ ଯାଏ ୬ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ ଗଞ୍ଜାମକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର । ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ। ଚଳିତ ମୌସୁମୀ ଋତୁରେ ପ୍ରଥମ ଅବପାତ ସୃଷ୍ଟି ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୬ ତାରିଖ ବେଳକୁ ଲଘୁଚାପ ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆଜିଠୁ ବଢ଼ିବ ବର୍ଷା ପରିମାଣ ।

୫ ଦିନ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ସକାଳ ୮ଟା ୩୦ ଯାଏ ୬ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ ଗଞ୍ଜାମକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେମି ବର୍ଷା ହୋଇପାରେ। କିଛି ସ୍ଥାନରେ ପ୍ରବଳ ଓ ଆଉ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଲଘୁଚାପ ସହ ସକ୍ରିୟ ମୌସୁମୀ ପାଇଁ ୨୫ତାରିଖରୁ ୨୭ ତାରିଖ ଯାଏ ଘଣ୍ଟାପ୍ରତି ୪୫ରୁ ୫୫କିମି ବେଗରେ ପବନ ମଧ୍ୟ ବହିବାର ସମ୍ଭାବନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.