ପ୍ରତି ପଞ୍ଚାୟତରେ ହେବ ଆଦର୍ଶ ବିଦ୍ୟାଳୟ : ରାଜ୍ୟ କ୍ୟାବିନେଟ

ଭୁବନେଶ୍ୱର: ପ୍ରତି ପଞ୍ଚାୟତରେ ହେବ ଆଦର୍ଶ ବିଦ୍ୟାଳୟ ।  ଏନେଇ ରାଜ୍ୟ କ୍ୟାବିନେଟରେ ଅନୁମୋଦନ ହୋଇଛି ।  ଓଡ଼ିଶାର ପ୍ରତି ପଞ୍ଚାୟତର ଗୋଟିଏ ସ୍କୁଲକୁ ଆଦର୍ଶ ବିଦ୍ୟାଳୟରେ ପରିଣତ କରାଯିବ ।  ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ।

ସ୍ମାର୍ଟ ହାଇସ୍କୁଲର ଏହା ଫିଡର ସ୍କୁଲ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ରାଜ୍ୟର ୬୭୯୪ ଗ୍ରାମପଞ୍ଚାୟତରେ ଆଦର୍ଶ ସ୍କୁଲ ନିର୍ମାଣ ପାଇଁ ୧୨ହଜାର କୋଟି ଟଙ୍କା ଖର୍ଚ୍ଚ ହେବ।  ପ୍ରତି ସ୍କୁଲ ପାଇଁ ପ୍ରାୟ ୪ରୁ ୫ କୋଟି ଟଙ୍କା ବ୍ୟୟ କରାଯିବ।  ୨୦୨୮ ସୁଦ୍ଧା ଏହାକୁ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ।

ପ୍ରଥମେ ୧୧୪ଟି ପ୍ରାଥମିକ ବିଦ୍ୟାଳୟକୁ ଆଦର୍ଶ ବିଦ୍ୟାଳୟରେ ପରିଣତ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।  ସମସ୍ତ ଆଦର୍ଶ ବିଦ୍ୟାଳୟ ଗୁଡ଼ିକରେ ଶିକ୍ଷକ ପଦବୀ ପୂରଣ କରାଯିବ ।  ଏହା ଦ୍ବାରା ଗରିବ ଓ ମେଧାବୀ ଛାତ୍ର ଉପକୃତ ହେବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ରାଜ୍ୟ କ୍ୟାବିନେଟରେ ଆଜି ୧୦ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି ।

Also read:ରାଜ୍ୟ କ୍ୟାବିନେଟ ବୈଠକ, ୧୦ଟି ପ୍ରସ୍ତାବ କୁ ମିଳିଲା କ୍ୟାବିନେଟ ମୋହର

 

You might also like