ଯାଜପୁର (କେନ୍ୟୁଜ୍) : ଡମ୍ପର ଧକ୍କାରେ ଆହତ ଛାତ୍ରୀଙ୍କ ମୃତ୍ୟୁ । ଯାଜପୁର ଜିଲ୍ଲା ଜାରକା ଷ୍ଟାଡିଅମ ନିକଟରେ ଥିବା ଆଦର୍ଶ ବିଦ୍ୟାଳୟ ରାସ୍ତାରେ ଗତକାଲି ଏକ ଡମ୍ପର ଧକ୍କାରେ ଆଦର୍ଶ ବିଦ୍ୟାଳୟର ୨ ଜଣ ଛାତ୍ରୀ ଆହତ ହୋଇଥିଲେ । ବିଦ୍ୟାଳୟର ଅଷ୍ଟମ ଶ୍ରେଣୀର ଛାତ୍ରୀ ପ୍ରଦୀପ୍ତା ବେହେରା ଓ ଅନୁଶ୍ରୀ ଗୁଇଁ ଗତକାଲି ସ୍କୁଲ ଛୁଟି ହେବା ପରେ ସାଇକଲ ଯୋଗେ ଘରକୁ ଫେରୁଥିଲେ । ଏତିକି ବେଳେ ଏକ ଡମ୍ପର ସେମାନଙ୍କୁ ଧକ୍କା ଦେଇଥିଲା । ଫଳରେ ଉଭୟ ଛାତ୍ରୀ ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଧର୍ମଶାଳା ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଦୁହିଁଙ୍କର ପ୍ରାଥମିକ ଚିକିତ୍ସା କରାଯିବା ପରେ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା । ତେବେ ସେଠାରେ ପ୍ରଦୀପ୍ତାଙ୍କ ମୃତ୍ୟୁ ଘଟିଛି ।
ଏପଟେ ଧର୍ମଶାଳା ପୋଲିସ ଦୁର୍ଘଟଣା ଘଟାଇଥିବା ଡମ୍ପରଟିକୁ ଜବତ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…
ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…
ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…
କଟକ(କେନ୍ୟୁଜ୍): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…
ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍ ଆଦି ବାହାରିବା ନେଇ ସୋସିଆଲ…