Below header

ଥାନା ପାଇଁ ଓଡିଶାର ଅତିରିକ୍ତ କଣ୍ଟିଜେନ୍ସୀ ପାଣ୍ଠି ଘୋଷଣା , ପୋଲିସ ଦକ୍ଷତାର ସହ ଉନ୍ନତ ସେବା ଦେବା ପାଇଁ ସରକାରଙ୍କ ଲକ୍ଷ୍ୟ

ଭୁବନେଶ୍ବର(କେନ୍ୟୁଜ୍):  ରାଜ୍ୟର ୫୮୭ ଥାନା ପାଇଁ ବାର୍ଷିକ ୧୭ କୋଟି ୫୦ ଲକ୍ଷ ଟଙ୍କାର ଅତିରିକ୍ତ କଣ୍ଟିଜେନ୍ସୀ ପାଣ୍ଠି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାଦ୍ୱାରା ଥାନାଗୁଡ଼ିକ ଅଧିକ ଦକ୍ଷତାର ସହ ଜନସାଧାରଣଙ୍କୁ ଉନ୍ନତ ସେବା ଯୋଗାଇ ଦେଇପାରିବେ। ଭୁବନେଶ୍ୱର-କଟକ ପୋଲିସ କମିଶନରେଟରେ ଥିବା ସମସ୍ତ ୪୪ଟି ଥାନା ପାଇଁ ମାସିକ ୪୦ ହଜାର ଟଙ୍କା ଲେଖାଏଁ, ୧୪୨ଟି ସହରାଞ୍ଚଳ ଥାନା ପାଇଁ ମାସିକ ୩୦ ହଜାର ଟଙ୍କା ଲେଖାଏଁ, ୩୫୧ଟି ଗ୍ରାମାଞ୍ଚଳ ଥାନା ପାଇଁ ମାସିକ ୨୦ ହଜାର ଟଙ୍କା ଲେଖାଏଁ ମଞ୍ଜୁର କରାଯାଇଛି। ସେହିପରି ୪ଟି ମହିଳା ଥାନା, ୫ଟି ଟ୍ରାଫିକ ଥାନା, ୧୫ଟି ରେଳବାଇ ଥାନା, ୪ଟି ସାଇବର ଥାନା, ଗୋଟିଏ କ୍ରାଇମବ୍ରାଞ୍ଚ ଥାନା ପାଇଁ ପ୍ରତ୍ୟେକଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ମଞ୍ଜୁର ହୋଇଛି। ରାଜ୍ୟର ଉପକୂଳରେ ଥିବା ୧୮ଟି ସାମୁଦ୍ରିକ ଥାନାଗୁଡ଼ିକ ପାଇଁ ମାସିକ ୨୦ ହଜାର ଟଙ୍କା ଲେଖୋଁ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.