ଭିଜିଲାନ୍ସ ଜାଲରେ ଉମରକୋଟ ଅତିରିକ୍ତ ଥାନା ଅଧିକାରୀ, ୨୦ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଧରାପଡିଲେ

ଉମରକୋଟ(କେନ୍ୟୁଜ୍): ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଉମରକୋଟ ଥାନାର ଅତିରିକ୍ତ ଥାନା ଅଧିକାରୀ ଲିମରାଜ ପ୍ରଧାନ। ଗୋଟିଏ ପୁରୁଣା କେସକୁ କୋହଳ କରିବାକୁ ଜଣେ ବ୍ୟକ୍ତିଙ୍କ ଠାରୁ ନେଉଥିଲେ ଲାଞ୍ଚ। ଟଙ୍କା ନେଇ ଦୌଡ଼ି ଚାଲି ଯାଉଥିବା ସମୟରେ ରାତି ୧୧ ଟା ସମୟରେ ଲିମରାଜ ପ୍ରଧାନଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଥିଲେ ଭିଜିଲାନ୍ସ ଅଧିକାରୀ ।

ନବରଙ୍ଗପୁର ଭିଜିଲାନ୍ସ ବିଭାଗ ନେତୃତ୍ୱରେ ମାଲକାନଗିରି ଭିଜିଲାନ୍ସ ବିଭାଗର ମିଳିତ ଭାବରେ ନଳିନୀକାନ୍ତ ନାୟକଙ୍କ ଅଭିଯୋଗ କ୍ରମେ ଥାନା ନିକଟରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଲିମରାଜଙ୍କୁ କାବୁ  କରିଥିଲେ । ନବରଙ୍ଗପୁର, ମାଲକାନଗିରି ଓ ଜୟପୁର ଭିଜିଲାନ୍ସ ବିଭାଗର ୧୪ ଜଣିଆ ଏକ ଟିମ୍ ଏଥିରେ ସାମିଲ ଥିଲେ । ବର୍ତମାନ ଲିମରାଜ ପ୍ରଧାନଙ୍କୁ ଗିରଫ କରି ନବରଙ୍ଗପୁର ନିଆ ଯାଇଛି ଏବଂ କୋର୍ଟ ଚାଲାଣ ପାଇଁ ପ୍ରସ୍ତୁତ ହେଉଛି । କିଛି ଦିନ ପୂର୍ବରୁ ଲିମରାଜ ପ୍ରଧାନ ଖାତୀଗୁଡ଼ା ଥାନାକୁ ବଦଳି ହୋଇଥିଲା ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.