ଉମରକୋଟ(କେନ୍ୟୁଜ୍): ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଉମରକୋଟ ଥାନାର ଅତିରିକ୍ତ ଥାନା ଅଧିକାରୀ ଲିମରାଜ ପ୍ରଧାନ। ଗୋଟିଏ ପୁରୁଣା କେସକୁ କୋହଳ କରିବାକୁ ଜଣେ ବ୍ୟକ୍ତିଙ୍କ ଠାରୁ ନେଉଥିଲେ ଲାଞ୍ଚ। ଟଙ୍କା ନେଇ ଦୌଡ଼ି ଚାଲି ଯାଉଥିବା ସମୟରେ ରାତି ୧୧ ଟା ସମୟରେ ଲିମରାଜ ପ୍ରଧାନଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଥିଲେ ଭିଜିଲାନ୍ସ ଅଧିକାରୀ ।
ନବରଙ୍ଗପୁର ଭିଜିଲାନ୍ସ ବିଭାଗ ନେତୃତ୍ୱରେ ମାଲକାନଗିରି ଭିଜିଲାନ୍ସ ବିଭାଗର ମିଳିତ ଭାବରେ ନଳିନୀକାନ୍ତ ନାୟକଙ୍କ ଅଭିଯୋଗ କ୍ରମେ ଥାନା ନିକଟରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଲିମରାଜଙ୍କୁ କାବୁ କରିଥିଲେ । ନବରଙ୍ଗପୁର, ମାଲକାନଗିରି ଓ ଜୟପୁର ଭିଜିଲାନ୍ସ ବିଭାଗର ୧୪ ଜଣିଆ ଏକ ଟିମ୍ ଏଥିରେ ସାମିଲ ଥିଲେ । ବର୍ତମାନ ଲିମରାଜ ପ୍ରଧାନଙ୍କୁ ଗିରଫ କରି ନବରଙ୍ଗପୁର ନିଆ ଯାଇଛି ଏବଂ କୋର୍ଟ ଚାଲାଣ ପାଇଁ ପ୍ରସ୍ତୁତ ହେଉଛି । କିଛି ଦିନ ପୂର୍ବରୁ ଲିମରାଜ ପ୍ରଧାନ ଖାତୀଗୁଡ଼ା ଥାନାକୁ ବଦଳି ହୋଇଥିଲା ।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…