ହାଇକୋର୍ଟରେ ନିଯୁକ୍ତ ହେଲେ ଆଉ ଜଣେ ନୂଆ ବିଚାରପତି,ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ବିଜ୍ଞପ୍ତି ପ୍ରକାଶିତ ହୋଇଛି

କେନ୍ୟୁଜ୍(ବ୍ୟୁରୋ): ଓଡିଶା ହାଇକୋର୍ଟରେ ନିଯୁକ୍ତ ହେଲେ ଆଉ ଜଣେ ନୂଆ ବିଚାରପତି । ଆଦିତ୍ୟ କୁମାର ମହାପାତ୍ର ହେଲେ ହାଇକୋର୍ଟ ବିଚାରପତି । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅନୁମୋଦନ ପରେ ଏ ନେଇ ବିଜ୍ଞପ୍ତି ପ୍ରକାଶିତ ହୋଇଛି । କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।

ହାଇକୋର୍ଟ ଜଜ୍‌ ପାଇଁ ଆଦିତ୍ୟଙ୍କ ନାମକୁ ପ୍ରସ୍ତାବ ଦେଇଥିଲେ ସୁପ୍ରିମକୋର୍ଟ କଲେଜିୟମ । ବିଚାରପତି ଭାବେ ଆଇନଜୀବୀ ଆଦିତ୍ୟ କୁମାର ମହାପାତ୍ର ଖୁବଶୀଘ୍ର ଯୋଗ ଦେବେ ବୋଲି ଆଶା କରାଯାଉଛି । ନିକଟରେ ଜଷ୍ଟିସ ମୃଗାଙ୍ଗ ଶେଖର ସାହୁ, ଜଷ୍ଟିସ ରାଧାକୃଷ୍ଣ ପଟ୍ଟନାୟକ ଓ ଜଷ୍ଟିସ ଶଶିକାନ୍ତ ମିଶ୍ର ହାଇକୋର୍ଟ ଜଜ ଭାବେ ଶପଥ ଗ୍ରହଣ କରିଥିଲେ । ଏହି ନୂଆ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୮ ରେ ପହଞ୍ଚିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.