ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ଇଲେକ୍ଟ୍ରିକ୍ ଗାଡ଼ି କିଣିବାକୁ ବିନା ସୁଧରେ ଅଗ୍ରୀମ ଋଣ ଦେବେ ସରକାର

ଇଲେକ୍ଟ୍ରିକ୍ ଗାଡ଼ି କିଣିବା ପାଇଁ ସରକାରୀ କର୍ମଚାରୀଙ୍କୁ ମିଳିବ ପ୍ରୋତ୍ସାହନ । ୨ ଲକ୍ଷରୁ ନେଇ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଳିବ ସୁଧ ମୁକ୍ତ ଅଗ୍ରୀମ।

ଭୁବନେଶ୍ୱର (କେନ୍ୟୁଜ): ଇଲେକ୍ଟ୍ରିକ୍ ଗାଡ଼ି କିଣିବା ପାଇଁ ସରକାରୀ କର୍ମଚାରୀଙ୍କୁ ମିଳିବ ପ୍ରୋତ୍ସାହନ । ବିନା ସୁଧରେ ଅଗ୍ରୀମ ରାଶି ଦେବାକୁ ଘୋଷଣା କରିଛନ୍ତି ସରକାର । ତେବେ ୨୦୨୫ ଡିସେମ୍ବର ୩୧ ମଧ୍ୟରେ ଏନେଇ ଆବେଦନ କରିପାରିବେ ସରକାର କର୍ମଚାରୀ । ଏନେଇ ରାଜ୍ୟ ଅର୍ଥ ବିଭାଗ ପକ୍ଷରୁ ଗାଇଡ୍‌ ଲାଇନ୍‌ ଜାରି କରାଯାଇଛି।

ଗ୍ରୁପ ‘ଏ’ ଓ ଗ୍ରୁପ୍ ‘ବି’ କର୍ମଚାରୀ, ଇଲେକ୍ଟ୍ରିକ୍ କାର କିଣିବା ପାଇଁ ଗାଡ଼ି ଦାମ୍ ୭୫ ପ୍ରତିଶତ ଆଡଭାନ୍ସ ନେଇପାରିବେ । ତେବେ ଏହା ୧୫ ଲକ୍ଷ ଟଙ୍କାରୁ ଅଧିକ ହୋଇନଥିବ । ସେହିପରି ଗ୍ରୁପ ‘ସି’ ଓ ଗ୍ରୁପ୍ ‘ଡି’ କର୍ମଚାରୀ, ଦୁଇଚକିଆ ଗାଡ଼ି କିଣିବାକୁ ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆଡଭାନ୍ସ ନେଇପାରିବେ । ତେବେ ଦୁଇ ଚକିଆ ଓ ଚାରି ଚକିଆ ଗାଡ଼ି ମଧ୍ୟରୁ ଗୋଟିଏ ପାଇଁ ଆଡଭାନ୍ସ ନେଇପାରିବେ କର୍ମଚାରୀ । ଆଗ୍ରୀମ ଆକାରରେ ନେଇଥିବା ରାଶିକୁ ୧୦୦ କିସ୍ତିରେ ପରିଶୋଧ କରିବାକୁ ହେବ । କେହି ଚାହିଁଲେ ଆଗୁଆ ମଧ୍ୟ ପରିଶୋଧ କରିପାରିବେ । କିନ୍ତୁ କେବଳ ଗୋଟିଏ ଯାନ କିଣିବା ପାଇଁ ଅଗ୍ରିମ ଅର୍ଥ ରାଶି ମିଳିବ ବୋଲି ଜଣାପଡ଼ିଛି। ଅନ୍ୟପଟେ ଯେଉଁ କର୍ମଚାରୀ ଅଗ୍ରିମ ଟଙ୍କା ନେଇ ଅନ୍ୟ ଅଲଗା କାମରେ ଖର୍ଚ୍ଚ କରିବେ ସେମାନଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.