Below header

ତାତିରେ ଲାଗିବ ବ୍ରେକ: ୬ରୁ ତଳମୁହାଁ ହେବ ପାରଦ

ଦିନକ ପରେ ତାତିରେ ଲାଗିବ ବ୍ରେକ। ୬ ତାରିଖରୁ ତଳମୁହାଁ ହେବ ପାରଦ। ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା। ଫଳରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହରେ ବ୍ରେକ ଲାଗିବ । ଗତକାଲି ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୪.୬ ଡିଗ୍ରି ସେଲସିୟସ ରେକର୍ଡ କରାଯାଇଛି । ୪୦ ଉପରେ ଥିଲା ୨୭ ସହରର ତାପମାତ୍ରା। ଆଜି ବି ଗ୍ରୀଷ୍ମ ପ୍ରବାହ ଜାରି ରହିବ ।

ଭୁବନେଶ୍ୱର (କେନ୍ୟୁଜ): ଦିନକ ପରେ ତାତିରେ ଲାଗିବ ବ୍ରେକ । ୬ ତାରିଖରୁ ତଳମୁହାଁ ହେବ ପାରଦ।  ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ।  ଫଳରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହରେ ବ୍ରେକ ଲାଗିବ । ଗତକାଲି ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୪.୬ ଡିଗ୍ରି ସେଲସିୟସ ରେକର୍ଡ କରାଯାଇଛି ।  ୪୦ ଉପରେ ଥିଲା ୨୭ ସହରର ତାପମାତ୍ରା ।  ଆଜି ବି ଗ୍ରୀଷ୍ମ ପ୍ରବାହ ଜାରି ରହିବ ।

ଗ୍ରୀଷ୍ମ ପ୍ରବାହ ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ବିଜୁଳି ଓ ଘଡ଼ଘଡ଼ି ପାଇଁ ୪ ଜିଲ୍ଲା ଗଂଜାମ, ଗଜପତି, ରାୟଗଡ଼ା ଓ କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଦକ୍ଷିଣ ଦିଗରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ଉପକୂଳ ଓଡ଼ିଶା ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ କ୍ରମାଗତ ଭାବେ ପ୍ରବେଶ କରୁଛି । ଏହାର ପ୍ରଭାବରେ ଗତକାଲି ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.