ଦୁର୍ବଳ ହୋଇଛି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ, ୧୭ପରେ ବଢିବ ବର୍ଷାର ପରିମାଣ

ଭୁବନେଶ୍ବର(କେନ୍ଯୁଜ୍): ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ଏବେ କେବଳ ଘୂର୍ଣ୍ଣିବଳୟ ରହିଛି। ୧୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଏଭଳି ପାଗ ଲାଗି ରହିବ। ଆଗାମୀ ୨୪ ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

୧୭ପରେ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ କହିଛି। ରାଜ୍ୟରେ ଜୁନ୍‌ ୧ରୁ ଏଯାଏ ସ୍ୱାଭାବିକ ଠାରୁ ୨୧ ପ୍ରତିଶତ କମ୍‌ ମୌସୁମୀ ବର୍ଷା ହୋଇଛି । ୧୭ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ଓ ୧୩ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ଜଣାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.