ଭୁବନେଶ୍ବର(କେନ୍ଯୁଜ୍): ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ଏବେ କେବଳ ଘୂର୍ଣ୍ଣିବଳୟ ରହିଛି। ୧୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଏଭଳି ପାଗ ଲାଗି ରହିବ। ଆଗାମୀ ୨୪ ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
୧୭ପରେ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ କହିଛି। ରାଜ୍ୟରେ ଜୁନ୍ ୧ରୁ ଏଯାଏ ସ୍ୱାଭାବିକ ଠାରୁ ୨୧ ପ୍ରତିଶତ କମ୍ ମୌସୁମୀ ବର୍ଷା ହୋଇଛି । ୧୭ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ଓ ୧୩ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ଜଣାଯାଇଛି ।
କନ୍ଧମାଳ (କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…