ରାଜ୍ୟ

୮ ଦିନ ପରେ ମାଟି ତଳୁ ମହିଳାଙ୍କ ଶବ ଜବତ, ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକ

ମୋହନା (କେନ୍ୟୁଜ): ଗଜପତି ଜ଼ିଲ୍ଲା ଅଡବା ଥାନା ଅନ୍ତର୍ଗତ ରାଇଜୁକା ଗ୍ରାମରେ ପୋଡି ହୋଇ ମହିଳାଙ୍କ ମୃତ୍ୟୁ ଘଟଣାର ନୂଆ ମୋଡ଼ ନେଇଛି । ୮ ଦିନ ପରେ ଶ୍ମଶାନରୁ ମାଟି ଖୋଳି ଶବ ଜବତ କଲା ପୋଲିସ । ଝିଅକୁ ତାଙ୍କ ସ୍ୱାମୀ ଓ ଶାଶୁ ଘର ଲୋକେ ହତ୍ୟା କରି ପୋତି ଦେଇଥିବା ନେଇ ଝିଅର ବାପା ଥାନାରେ ଅଭିଯୋଗ କରିଛନ୍ତି।

ସୂଚନାଯୋଗ୍ଯ ଯେ ଗତ ୧୧ ତାରିଖରେ ଇଟାଭାଟିରେ ନିଆଁ ଲଗାଉଥିବା ବେଳେ ନିଆଁରେ ପୋଡ଼ି ହୋଇ ରାଇଜୁକା ଗାଁର ଆନନ୍ଦ ବସ୍ତରାୟଙ୍କ ସ୍ତ୍ରୀ ସୁପ୍ରୀୟା ବସ୍ତରାୟ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ପ୍ରଥମେ ମୋହନା ଏବଂ ପରେ କଟକ scb ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା କିନ୍ତୁ ଗତ ୨୭ ତାରିଖରେ ଚିକିତ୍ସାଧିନ ଅବସ୍ଥାରେ ସୁପ୍ରିୟାଙ୍କ ମୃତ୍ୟୁ ହୋଇଥିଲା ।

ଏହାପରେ ଖ୍ରୀଷ୍ଟଧର୍ମ ଅନୁଯାୟୀ ଶବକୁ କବର ଦିଆଯାଇଥିଲା । କିନ୍ତୁ ଘଟଣାର ସପ୍ତାହ ପରେ ଝିଅକୁ ହତ୍ୟା କରାଯାଇଥିବା ସହ ଅନେକ ସମୟରେ ସ୍ୱାମୀ ଆନନ୍ଦ ସୁପ୍ରିୟାକୁ ର୍ନିଯ୍ଯାତନା ଦେଉଥିବା ଅଡବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ମୃତ ସୁପ୍ରିୟାଙ୍କ ବାପା । ଅଭିଯୋଗକୁ ଭିତ୍ତିକରି ପୋଲିସ ଡି. ଏସ୍‌. ପି କୈଳାସ ଚନ୍ଦ୍ର ବୁରୁଦାଙ୍କ ନେତୃତ୍ୱ ରେ ଏବଂ ମୋହନା ଅତିରିକ୍ତ ତହସିଲଦାର ହିମାଂଶୁ ଭୂଷଣ ପଲାଇଙ୍କ ଉପସ୍ଥିତିରେ ଅଡବା ପୋଲିସ ଏବଂ ସାଇଣ୍ଟିଫିକ୍‌ ଟିମ୍‌ ରାଇଜୁକା ଗ୍ରାମରେ ପହଞ୍ଚି ଶ୍ମଶାନରୁ ସୁପ୍ରିୟାଙ୍କ ପୋତା ଯାଇଥିବା ମୃତଦେହ କୁ ଉଦ୍ଧାର କରିବା ସହ ବ୍ଯବଛେଦ ନିମନ୍ତେ ବ୍ରହ୍ମପୁର mkcg ମେଡିକାଲକୁ ପଠାଇଛି । ମୃତ ସୁପ୍ରିୟାଙ୍କ ସ୍ୱାମୀ ଆନନ୍ଦ ବସ୍ତରାୟଙ୍କୁ ଅଟକ ରଖି ପୋଲିସ ଘଟଣାର ତଦନ୍ତ କରୁଥିବା ଅଡବା ଥାନା ଅଧିକାରୀ ଶୁଭ୍ରାନ୍ତ କୁମାର ପଣ୍ଡା କହିଛନ୍ତି ।

Barsha

Recent Posts

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

37 seconds ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

6 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

37 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

44 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

3 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

3 hours ago