ରାଜ୍ୟ

ଦିନକ ପରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସୁରକ୍ଷାର ଯାଞ୍ଚ କଲେ ଭୁବନେଶ୍ୱର ଡିସିପି

କେନ୍ୟୁଜ୍(ବ୍ୟୁରୋ): ଦିନକ ପରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତାପୂର୍ବରୁ ଆଜି ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରାଯାଇଛି । ରାଷ୍ଟ୍ରପତି ଲିଙ୍ଗରାଜ ମନ୍ଦିର ଯାଉଥିବାରୁ ଆଜି ସେଠାରେ ସୁରକ୍ଷାର ଯାଞ୍ଚ କରିଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂ । ଆସନ୍ତାକାଲି କାରକେଡ୍‌ ରିହରସଲ୍‌ କରାଯିବ । ମହାମହିମଙ୍କୁ ସ୍ୱାଗତ ପାଇଁ ପ୍ରସ୍ତୁତ ହେଲାଣି ଓଡ଼ିଶା । ୧୦ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚି ଏୟାରପୋର୍ଟରୁ ଉତ୍କଳ ମଣ୍ଡପ ଓ ରମାଦେବୀ ବିଶ୍ୱବିଦ୍ୟାଳୟ ଯିବେ । ଏଥିପାଇଁ ଏୟାରପୋର୍ଟରୁ ଆରମ୍ଭ କରି ରମାଦେବୀ ବିଶ୍ୱବିଦ୍ୟାଳୟ କଡ଼ା ସୁରକ୍ଷା ବଳୟରେ ରହିବ ।

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ମୁତୟନ ହେବେ ୪୦ ପ୍ଲାଟୁନ୍‌ ଫୋର୍ସ । ସୁରକ୍ଷା ଦାୟିତ୍ୱରେ ରହିବେ ୨୦୦ରୁ ଅଧିକ ଅଫିସର । ସାଦା ପୋଷାକଧାରୀ ପୋଲିସ ଓ ରୁଫଟଫ୍‌ ସୁରକ୍ଷା କର୍ମୀ ମୁତୟନ କରାଯିବ । ୧୦ ତାରିଖରେ ଆର୍‌ଡି ବିଶ୍ୱବିଦ୍ୟାଳୟ ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ୧୧ ତାରିଖରେ ଲିଙ୍ଗରାଜ ମନ୍ଦିର ଯିବେ । ପରେ କଟକ ସ୍ଥିତ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ହେବାକୁ ଥିବା ଇଣ୍ଡିଆନ ରାଇସ୍‌ କଂଗ୍ରେସକୁ ଉଦଘାଟନ କରିବେ ରାଷ୍ଟ୍ରପତି । ୧୧ ତାରିଖରେ କଟକରୁ ଫେରି ଦିଲ୍ଲୀ ଅଭିମୁଖେ ଫେରିଯିବେ ।

KNews Bureau

Recent Posts

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

14 mins ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

46 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

48 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

51 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

57 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

1 hour ago