Below header

ସାମାନ୍ୟ ଆଶ୍ୱସ୍ତି ପରେ ପୁଣି କାଲିଠୁ ବଢ଼ିବ ତାପମାତ୍ରା, ଉପକୂଳ ଓଡ଼ିଶାରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିବ

ଭୁବନେଶ୍ବର(କେନ୍ୟୁଜ୍): ଦୁଇ ଦିନ ପରେ ଧରି ତାତିରୁ ସାମାନ୍ୟ ଆଶ୍ୱସ୍ତି ପରେ ପୁଣି କାଲିଠୁ ବଢ଼ିବ ତାପମାତ୍ରା । ଆସନ୍ତା ୨୪ ଘଣ୍ଟା ଭିତରେ ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲିସିୟସ ଖସିପାରେ । ଏହାପରେ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ ଯାଏ ବୃଦ୍ଧିର ସମ୍ଭାବନା ରହିଛି ।

ସେହିପରି ଉପକୂଳ ଓଡ଼ିଶାରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ଯାଏ ବଢ଼ିବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜିଠୁ ଆସନ୍ତା ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆସନ୍ତା ୨୪ ଘଣ୍ଟା ଭିତରେ ଘଡ଼ଘଡ଼ି ଓ ବଜ୍ରପାତ ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ କୁଆପଥର ମାଡ଼ ହୋଇପାରେ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.