Below header

ଲଘୁଚାପରେ ପରିଣତ ହେବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ, ପ୍ରଭାବରେ ୨ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା

ଭୁବନେଶ୍ବର(କେନ୍ୟୁଜ୍): ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ । ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟାକା ଓ ଝାଡଖଣ୍ଡ ନିକଟରେ ସୃଷ୍ଟି ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ୨ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଏହାର ପ୍ରଭାବରେ କେନ୍ଦୁଝର, ସୁନ୍ଦରଗଡ, ଦେବଗଡ଼, ବରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାଗୁଡିକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ସେପଟେ କେନ୍ଦୁଝର, ସୁନ୍ଦରଗଡ, ଦେବଗଡ଼, ବରଗଡ଼ ଓ ଝାରସୁଗୁଡ଼ାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ବାଲେଶ୍ୱର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୈଦ୍ଧ, କଟକ, ଗଜପତି, ଗଞ୍ଜାମ, ରାୟଗଡା, କୋରାପୁଟ, ବଲାଙ୍ଗିର, ସୋନପୁର, ବରଗଡ, କନ୍ଧମାଳରେ ୟେଲୋ ଓ୍ଵାର୍ଣ୍ଣିଂ କରାଯାଇଛି। ସର୍ତକତା ପାଇଁ ସଂପୃକ୍ତ ଜିଲ୍ଲା ପ୍ରଶାସନକୁ କୁହାଯାଇଛିା

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.