ବାଲେଶ୍ୱର : ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର ପରେ ମହିଳା ମୃତ

ବାଲେଶ୍ୱର (କେନ୍ୟୁଜ୍) : ଜନ୍ମନିୟନ୍ତ୍ରଣ ଅସ୍ତ୍ରୋପଚାର ପରେ ମହିଳାଙ୍କ ମୃତ୍ୟୁ। ପ୍ରତିବାଦରେ ଡାକ୍ତରଖାନାରେ ମୃତଦେହ ରଖି ବିକ୍ଷୋଭ ପ୍ରଦର୍ଶନ। ବାଲେଶ୍ୱର ଜିଲ୍ଲା ଔପଦା ଥାନା ସୋରିଷପାଳର ଗଜେନ୍ଦ୍ର ପାଢୀଙ୍କ ସ୍ତ୍ରୀ ଅନ୍ନପୂର୍ଣ୍ଣା ଗତ ୧୫ ତାରିଖରେ ଇଶ୍ୱରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଇଥିଲେ। ପରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.