ଗିରଫ ପରେ ବାଣପୁର ଗଲେ ପ୍ରଶାନ୍ତ ଜଗଦ୍ଦେବ

(କେନ୍ୟୁଜ): ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଆଜି ଭୁବନେଶ୍ୱରର ଏକ ହସ୍ପିଟାଲରୁ ଡିସ୍‌ଚାର୍ଜ ହେବା ପରେ ତାଙ୍କୁ ଗିରଫ କରିଛି ପୋଲିସ । ଗିରଫ ପରେ ପ୍ରଶାନ୍ତଙ୍କୁ ଭୁବନେଶ୍ୱର ଏସଡିଜେଏମ୍‌ କୋର୍ଟରେ ହାଜର କରାଯାଇଥିଲା । ପରେ ତାଙ୍କୁ ବାଣପୁର ନିଆଯାଉଥିବା ସୂଚନା ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ । ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଚାଲିଥିବା ବେଳେ ବ୍ଲକ ଅଫିସ୍‌ ସମ୍ମୁଖରେ ସାଧାରଣ ଜନତାଙ୍କ ଉପରେ ନିଜ କାର୍‌ ମଡ଼ାଇ ଦେଇଥିଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଏଥିରେ ପୋଲିସ ସମେତ ୨୦ରୁ ଅଧିକ ଆହତ ହୋଇଥିଲେ ।

ଏହା ପରେ ତାତି ଥିଲେ ସ୍ଥାନୀୟ ଲୋକେ । ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ତାଙ୍କ ଗାଡ଼ିରୁ ଟାଣି ଆଣି ପ୍ରବଳ ମାଡ଼ ମାରି ଲହୁଲୁହାଣ କରିଦେଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପୋଲିସ ପ୍ରଥମେ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲା । ପରେ ଭୁବନେଶ୍ୱରରେ ଏକ ଘରୋଇ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ନାଁରେ ହତ୍ୟା ଉଦ୍ୟମ, ପୋଲିସକୁ ଡ୍ୟୁଟିରେ ବାଧା ଦେବା, ଲୋକଙ୍କୁ ଆଘାତ ଦେବା ଭଳି ଅଭିଯୋଗରେ ସଙ୍ଗିନ ଦଫା ଲାଗିଛି । ୩୦୭, ୩୩୨, ୩୩୩, ୩୨୩, ୩୨୪, ୩୨୫ ଓ ୩୨୬ ଭଳି ଦଫାରେ ମାମଲା ରୁଜୁ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.