Below header

ଛତିଶଗଡ଼ରେ ମାଓ ହିଂସା ପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ହାଇ ଆର୍ଲଟ ଜାରି

ଛତିଶଗଡ଼ରେ ମାଓ ହମ୍ଲା ପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ଏବେବି ହାଇ ଆର୍ଲଟ ଜାରି । ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାରେ ପୂର୍ବରୁ ହାଇ ଆଲର୍ଟ କରାଯାଇଥିବା ବେଳେ ଏବେ ବରଗଡ଼ ଓ କଳାହାଣ୍ଡିରେ ମଧ୍ୟ ହାଇ ଆଲର୍ଟ ଜାରି କରାଯାଇଛି ।

(କେନ୍ୟୁଜ): ଛତିଶଗଡ଼ରେ ମାଓ ହମ୍ଲା ପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ଏବେବି ହାଇ ଆର୍ଲଟ ଜାରି । ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାରେ ପୂର୍ବରୁ ହାଇ ଆଲର୍ଟ କରାଯାଇଥିବା ବେଳେ ଏବେ ବରଗଡ଼ ଓ କଳାହାଣ୍ଡିରେ ମଧ୍ୟ ହାଇ ଆଲର୍ଟ ଜାରି କରାଯାଇଛି । କହିବାକୁ ଗଲେ ରାଜ୍ୟକୁ ୯୦ ପ୍ରତିଶତ ମାଓବାଦୀ ଛତିଶଗଡରୁ ହିଁ ଆସିଥାନ୍ତି । ତେଣୁ ଏହି ଘଟଣା ପରେ ଛତିଶଗଡରୁ କିଭଳି ମାଓବାଦୀ ମାନେ ରାଜ୍ୟକୁ ନ ଆସିବେ ସେ ନେଇ ସମସ୍ତ ସୀମାନ୍ତ ଜିଲ୍ଲାକୁ ସିଲ କରି ଦିଆଯାଇଛି ।

ସୀମାନ୍ତ ଜିଲ୍ଲାର ଏସପି ମାନଙ୍କ ସହ ଭିଡିଓ କନ୍ଫେରେନ୍ସି ଜରିଆରେ ସ୍ଥିତିର ଅନୁଧ୍ୟାନ କରାଯାଉଛି । ମାଓ କ୍ୟାମ୍ପରେ ମହିଳା ମାଓବାଦୀଙ୍କୁ ଯୌନ ଶୋଷଣ କରାଯାଉଛି । ଯେତେବେଳେ ମହିଳା ମାଓବାଦୀ ଆତ୍ମ ସମର୍ପଣ କରୁଛନ୍ତି ସେମାନେ ଏହିଭଳି କାହାଣୀ ପୋଲିସ ଆଗରେ କହୁଛନ୍ତି । ତେଣୁ ସମସ୍ତ ମାଓବାଦୀଙ୍କୁ ଅପିଲ ମୁଖ୍ୟ ସ୍ରୋତରେ ସାମିଲ ହୁଅନ୍ତୁ। ସୂଚନା ଦେଲେ ADG ଅପରେସନ ଅମିତାଭ ଠାକୁର।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.