ଆଜିଠାରୁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଆକାଶ ନିର୍ମଳ ରହିବ: ଆଉ ତିନି ଦିନ ପରେ ପୁଣି ଖସିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ବର(କେନ୍ୟୁଜ୍): ଆଉ ତିନି ଦିନ ପରେ ପୁଣି ଖସିବ ପାରଦ, ବଢ଼ିବ ଶୀତ। ଆସନ୍ତା ୩ ଦିନ ଏମିତି ସ୍ଥିତି ଜାରି ରହିବା ପରେ ପୁଣି ଶୀତ ଫେରିବ। ବାତ୍ୟା ମାଣ୍ଡୋସ୍‌ ପ୍ରଭାବରେ ରବିବାର ଦିନ ରାଜ୍ୟରେ ପାଗ ମେଘୁଆ ରହିବା ସହିତ କିଛି ସ୍ଥାନରେ ବର୍ଷା ହୋଇଥିଲା। ଯାହାଦ୍ବାରା ଶୀତ କମିଛି। କିନ୍ତୁ  ଆସନ୍ତା ୩ ଦିନରେ ତାପମାତ୍ରା ପାଖାପାଖି ୩ ଡିଗ୍ରି ଯାଏ ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ସୂଚନା ଥାକି,ମାଣ୍ଡୋସ୍‌ ପ୍ରଭାବରେ ରବିବାର ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ଗଜପତି ଆଦି ଅଞ୍ଚଳର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି। ଆଜିଠାରୁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଆକାଶ ନିର୍ମଳ ରହିବ। ରାଜଧାନୀ ଓ ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବ। ତାପମାତ୍ରା ସର୍ବାଧିକ ୨୯ଡିଗ୍ରି ଓ ସର୍ବନିମ୍ନ ୧୭ଡିଗ୍ରି ମଧ୍ୟରେ ରହିବ।

ଅପରପକ୍ଷେ ମାଣ୍ଡୋସ୍‌ ରବିବାର ଦିନ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି। ଉତ୍ତର ତାମିଲନାଡୁ ଓ ସଂଲଗ୍ନ ଦକ୍ଷିଣ ଆଭ୍ୟନ୍ତରୀଣ କର୍ଣ୍ଣାଟକ ଓ ଉତ୍ତର କେରଳ ପାଖାପାଖି ଏହା ଆହୁରି ଅସ୍ପଷ୍ଟ ହୋଇଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ସେହି ସମାନ ଅଞ୍ଚଳରେ ରହିଥିବା ବେଳେ ସମୁଦ୍ର ପତ୍ତନଠାରୁ ୫.୮ କିମି ଯାଏ ପରିବ୍ୟାପ୍ତ ହୋଇଛି। ଏହା ପ୍ରଭାବରେ ଦକ୍ଷିଣପୂର୍ବ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ଆରବ ସାଗରରେ ଆସନ୍ତା ୧୩ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଧୀରେଧୀରେ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଭାରତ ଉପକୂଳରୁ ଦୂରେଇଯିବ। ତେଣୁ ଓଡ଼ିଶା କିମ୍ବା ଭାରତ ଉପ‌ରେ ଏହାର ପ୍ରଭାବ ପଡ଼ିବ ନାହିଁ ବେୋଲି କହିଛି ପାଣିପାଗ କେନ୍ଦ୍ର ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.