Below header

ତାତିରୁ ମିଳିବ ଆଶ୍ୱସ୍ତି, ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ ସମ୍ଭାବନା

କମିବ ଦିନର ତାତି । ମିଳିବ ଆଶ୍ୱସ୍ତି। ଆଗାମୀ ୨୪ ଘଣ୍ଟାରେ ଉପକୂଳ ସମେତ କିଛି ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଆଗାମୀ ଦୁଇ ଦିନ ପରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ୩ରୁ ୫ ଡିଗ୍ରୀ ଯାଏ ତାମମାତ୍ରାରେ ହ୍ରାସ ଘଟିବା ସମ୍ଭାବନା ରହିଛି। ଦିନକ ପରେ ତାତିରେ ଲାଗିବ ବ୍ରେକ।

ଭୁବନେଶ୍ୱର (କେନ୍ୟୁଜ): କମିବ ଦିନର ତାତି ।  ମିଳିବ ଆଶ୍ୱସ୍ତି ।  ଆଗାମୀ ୨୪ ଘଣ୍ଟାରେ ଉପକୂଳ ସମେତ କିଛି ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି ।  ଆଗାମୀ ଦୁଇ ଦିନ ପରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ୩ରୁ ୫ ଡିଗ୍ରୀ ଯାଏ ତାମମାତ୍ରାରେ ହ୍ରାସ ଘଟିବା ସମ୍ଭାବନା ରହିଛି । ଦିନକ ପରେ ତାତିରେ ଲାଗିବ ବ୍ରେକ ।

ତେବେ ୬ ତାରିଖରୁ ରାଜ୍ୟର ସବୁ ଅଞ୍ଚଳରୁ ତାତି ଖସିବା ଆରମ୍ଭ ହେବ ବୋଲି ପାଣିପାଗ ବିଭାଗ କହିଛି ।  କିଛି ସ୍ଥାନରେ ତାତି ୩ରୁ ୪ ଡିଗ୍ରୀ କମିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।  ତେବେ ୪ରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଜାରି ରହିବ ।  ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବୌଦ୍ଧ, ବଲାଙ୍ଗୀର, ସୋନପୁର, ସମ୍ବଲପୁର ଓ ଝାରସୁଗୁଡ଼ାରେ ଗ୍ରୀଷ୍ମପ୍ରବାହ ବହିବ ।  ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟର କିଛିସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.