ଦୁଇ ଘଣ୍ଟାର ଅସ୍ତ୍ରୋପଚାର ପରେ ଛାତ୍ରଙ୍କ ବେକରୁ ବାହାରିଲା ଜାଭେଲିନ୍‌, କ୍ରୀଡ଼ା ପ୍ରତିଯୋଗିତା ବେଳେ ଗଳିଯାଇଥିଲା

ବଲାଙ୍ଗିର(କେନ୍ୟୁଜ୍): ଦୁଇ ଘଣ୍ଟାର ଅସ୍ତ୍ରୋପଚାର ପରେ ଛାତ୍ରଙ୍କ ବେକରୁ ବାହାରିଲା ଜାଭେଲିନ୍‌ । ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ବେଳେ ବଲାଙ୍ଗର ଆଗଲପୁର ବାଳକ ହାଇସ୍କୁଲ ଛାତ୍ରଙ୍କ ବେକରେ ଗଳିଯାଇଥିଲା ଜାଭେଲିନ । ନବମ ଶ୍ରେଣୀ ଛାତ୍ର ସଦାନନ୍ଦ ମେହେରଙ୍କୁ ଗୁରୁତର ଅବସ୍ଥାରେ ବଲାଙ୍ଗର ମେଡିକାଲରେ ଭର୍ତ୍ତି କରାଯାଇଛି ।

ଛାତ୍ର ସଦାନନ୍ଦଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗିର ଜିଲ୍ଲାପାଳଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀଙ୍କ ସଚିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କଥା ହୋଇଛନ୍ତି ସଚିବ ଭି କେ ପାଣ୍ଡିଆନ୍‌ । ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡରୁ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରାଯିବ । ଏହା ସହ ଆହତ ଛାତ୍ରଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.