Below header

ଭୁବନେଶ୍ୱରରୁ ଆଜି ୩୪୫ କରୋନା ପଜିଟିଭ ଚିହ୍ନଟ, ୪୧୨ ସୁସ୍ଥ

କେନ୍ୟୁଜ୍(ବ୍ୟୁରୋ): ବଦଳିଛି ଭୁବନେଶ୍ୱର ଟ୍ରେଣ୍ଡ । ଆକ୍ରାନ୍ତଙ୍କ ତୁଳନାରେ ରାଜଧାନୀରେ ବଢିଚାଲିଛି କରୋନାର ସୁସ୍ଥ ହାର। ରାଜଧାନୀ ଭୁବନେଶ୍ୱରରୁ ଆଜି ୩୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ନୂଆ ପଜିଟିଭଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୧୦୧ ଜଣ ଓ ସ୍ଥାନୀୟ ଅଂଚଳରୁ ୨୪୪ ଜଣ ଆକ୍ରାନ୍ତ ବୋଲି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ସଂଗରୋଧରୁ ଚିହ୍ନଟ ସମସ୍ତ ଆକ୍ରାନ୍ତ ପୂର୍ବରୁ ଚିହ୍ନଟ ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିଲେ । ଭୁବନେଶ୍ୱରରରୁ ଆଜି ୪୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଯାଇଛନ୍ତି ।


ସୂଚନା ଅନୁଯାୟୀ ଭୁବନେଶ୍ୱରରୁ ୧୯ ହଜାର ୨୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୧୫ ହଜାର ୩୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କିନ୍ତୁ ଏବେବି ୩ ହଜାର ୮୦୬ ଜଣ ଆକ୍ରାନ୍ତ ସକ୍ରିୟ ଅଛନ୍ତି ଓ ୬୯ ଜଣଙ୍କର ମୃତ୍ୟୁ ଘଟିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.