Below header

ଆସୁଛି ପୁଣି ଏକ ଲଘୁଚାପ, ୨୯ ତାରିଖରେ ବଙ୍ଗୋପସାଗର ଦକ୍ଷିଣ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ):  ଆସୁଛି ପୁଣି ଏକ ଲଘୁଚାପ। ୨୯ରେ ବଙ୍ଗୋପସାଗର ଦକ୍ଷିଣ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଏହା ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହୋଇପାରେ । ରାଜ୍ୟରେ ବଢିବାରେ ଲାଗିଛି ଶୀତର ପ୍ରକୋପ । ନିଭାର ପ୍ରଭାବରେ ଥଣ୍ଡା ଆହୁରି ବଢିଯାଇଛି । ଶୀତ ସାଙ୍ଗକୁ ମେଘୁଆ ପାଗ ।

ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଛି । ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟାରେ ତାପମାତ୍ରା ଆହୁରି ୧ରୁ ୨ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ବଢିପାରେ । ୯ଟି ସହରର ତାପମାତ୍ରା ୧୫ଡିଗ୍ରୀ ସେଲସିୟସ ତଳକୁ ଖସି ଆସିଛି । ଦାରିଙ୍ଗବାଡିରେ ସର୍ବନିମ୍ନ ତାପାମାତ୍ରା ୧୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ୨୮ ତାରିଖରୁ ଶୀତ ଆହୁରି ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.