ପୁଣି ବର୍ଷା, ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି

ମାଡି ଆସୁଛି ବଡ ବର୍ଷା। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ୮ ତାରିଖରେ ବର୍ଷାର ପରିମାଣ ହ୍ରାସ ପାଇବ। ପୁଣି ୯ ଓ ୧୦ ତାରିଖରେ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାପାଇଁ ବାରଣ କରାଯାଇଛି। ଗତକାଲି କଟକରେ ସର୍ବାଧିକ ୧୩୪.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି କୋରାପୁଟରେ ୧୦୮.୨ ମିଲିମିଟର ବର୍ଷା ରେକର୍ଡ ହୋଇଛି। ତେବେ ଜୁଲାଇ ୧ରୁ ଆଜି ପର‌୍ୟ୍ୟନ୍ତ ସ୍ୱାଭାବିକ ଠାରୁ ୧୭ ପ୍ରତିଶତ ବର୍ଷା କମ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.