Below header

୨୪ ଘଣ୍ଟା ନପୁରୁଣୁ ଝାରସୁଗୁଡା ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ପୁଣି ଶିଶୁ ମୃତ୍ୟୁ

ଝାରସୁଗୁଡା(କେନ୍ଯୁଜ୍): ଝାରସୁଗୁଡା ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଗତକାଲି ଏକ ନବଜାତ ଶିଶୁର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଗତକାଲି ମୃତ ଶିଶୁର ପରିବାର ଲୋକଙ୍କ ଅଭିଯୋଗ ପରେ ଜିଲ୍ଲା ମୁଖ୍ଯ ଚିକିତ୍ସା ଅଧିକାରୀ ଏହାର ତଦନ୍ତ କରି କାର୍ଯ୍ଯରେ ଅବହେଳା କରୁଥିବା ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ହେଲେ ଏହି ଘଟଣାକୁ ୨୪ ଘଣ୍ଟା ନପୁରୁଣୁ ପୁଣି ଏକ ନବଜାତର ମୃତ୍ୟୁ ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ଯୋଗାଇ ଦିଆଯାଉଥିବା ଚିକିତ୍ସା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.