ପୁଣି ରାଜ୍ୟରେ ହୋଇପାରେ କୋହଲା ପାଗ: ୧୩ରେ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା

ଭୁବନେଶ୍ବର(କେନ୍ୟୁଜ୍): ୧୩ରେ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା। ପୁଣି ରାଜ୍ୟରେ ହୋଇପାରେ କୋହଲା ପାଗ। କିଛି ସ୍ଥାନରେ ବର୍ଷା ଯୋଗୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ୭ ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି।

ଅନ୍ୟ ଜିଲ୍ଲା ଗୁଡ଼ିକରେ ପାଗ ଶୁଖିଲା ରହିବ। ୧୩ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ଏଥିସହ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିପାରେ। ଫଳରେ ଶୀତ ପ୍ରକୋପ କମିବା ସମ୍ଭାବନା ରହିଛି।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.