ରାଜ୍ୟ

ରତ୍ନଭଣ୍ଡାର ଖୋଲିବା ନେଇ ହାଇକୋର୍ଟରେ ପୁଣି ରୁଜ୍ଜୁ ହେଲା ଜନସ୍ୱାର୍ଥ ମାମଲା

କଟକ(କେନ୍ୟୁଜ୍): ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ସହିତ ରତ୍ନଭଣ୍ଡାରର ସବିଶେଷ ତାଲିକା ପ୍ରସ୍ତୁତ କରିବା ପାଇଁ ହାଇକୋର୍ଟରେ ପୁଣି ରୁଜ୍ଜୁ ହୋଇଛି ଏକ ଜନସ୍ୱାର୍ଥ ମାମଲା। ରତ୍ନଭଣ୍ଡାର ଖୋଲି ତାର ବିପଦଶଙ୍କୁଳ ଅଂଶ ମରାମତି ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ପାଇଁ ଏଥିରେ ପ୍ରାର୍ଥନା କରାଯାଇଛି।

ପୂର୍ବତନ ରାଜ୍ୟପାଳ ଭଗବତ ଦୟାଲ ଶର୍ମାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଢାଞ୍ଚାରେ ରାଜ୍ୟପାଳ କିମ୍ବା ଜଣେ କାର୍ଯ୍ୟରତ ହାଇକୋର୍ଟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ଯୁଗ୍ମ କମିଟି ଗଠନ କରାଯାଇ ରତ୍ନ ଅଳଙ୍କାର ତାଲିକା ପ୍ରସ୍ତୁତ କରିବା ପାଇଁ ପିଟିସନରେ ପ୍ରାର୍ଥନା ହୋଇଛି। ରତ୍ନଭଣ୍ଡାରର ଚାବି ହଜାଇଥିବା ଦାୟୀ ପୁରୀ ଜିଲ୍ଲାପାଳ କିମ୍ବା ସଂପୃକ୍ତ ଅଧିକାରୀଙ୍କ ବିରୋଧରେ ଫୌଜଦାରୀ ମାମଲା ଦାୟର କରି ସିବିଆଇ ଦ୍ବାରା ତଦନ୍ତ କରିବା ପାଇଁ ମଧ୍ୟ ଆବେଦନ କରାଯାଇଛି।

ହାଇକୋର୍ଟର ବୈଷୟିକ କମିଟି ଏବଂ ଏଏସଆଇ ଚିଠି ସତ୍ତ୍ଵେ ରତ୍ନଭଣ୍ଡାର ମରାମତି ନକରି ଏହାକୁ ବିପଦ ସଙ୍କୁଳ ଅବସ୍ଥାରେ ରଖିବା ହେତୁ ଏଥିପାଇଁ ଦାୟୀ ଅଧିକାରୀଙ୍କ ବିରୋଧରେ ସିବିଆଇ ଦ୍ଵାରା ତଦନ୍ତ କରିବା ପାଇଁ ଆବେଦନରେ ପ୍ରାର୍ଥନା କରାଯାଇଛି। ରାଜ୍ୟ ବିଜେପିର ପୂର୍ବତନ ସଭାପତି ତଥା ବରିଷ୍ଠ ବିଜେପି ନେତା ସମୀର ମହାନ୍ତିଙ୍କ ପକ୍ଷରୁ ଏହି ଆବେଦନ କରାଯାଇଛି। ଏଥିରେ ମୁଖ୍ୟ ଶାସନ ସଚିବ, ପୁରୀ ଗଜପତି ମହାରାଜା, ଗୃହ ସଚିବ, ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ, ଆଇନ ସଚିବ, ପୁରୀ ଜିଲ୍ଲାପାଳ, ଏଏସଆଇ, ସିବିଆଇ ନିର୍ଦ୍ଦେଶକଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବି ପିତାମ୍ବର ଆଚାର୍ଯ୍ୟ ମାମଲା ଏହି ମାମଲା ରୁଜ୍ଜୁ କରିଛନ୍ତି।

KNews Bureau

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଆର୍ଥିକ ସଙ୍କଟ ଦୂର ହେବ, ପରିବାର ସହିତ ଖୁସିର ସମୟ କାଟିବେ

ମେଷ: ଆଜି ନିଜ ଉପରେ ଆତ୍ମବିଶ୍ୱାସ ରଖିବେ । ଜୀବନସାଥୀଙ୍କୁ ମନର କଥା କହି ପାରନ୍ତି । କୌଣସି କାମ…

1 hour ago

ଜୁନ ୨୨ରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣମୀ, ଲାଗୁ ହେବ ଟ୍ରାଫିକ କଟକଣା

ପୁରୀ : ଜୁନ ୨୨ରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣମୀ । ୧୦୮ ଗଡୁ ସୁବାସିତ ଜଳରେ ଦିବ୍ୟସ୍ନାନ କରିବେ ମହାପ୍ରୠୁ…

3 hours ago

ବାଲେଶ୍ବର ସହରରେ ୧୯ ତାରିଖ ମଧ୍ୟରାତ୍ରି ଯାଏ କର୍ଫ୍ୟୁ, ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ

ବାଲେଶ୍ବର : ବାଲେଶ୍ବର ସହରରେ କର୍ଫ୍ୟୁ ପରେ ୪୮ ଘଣ୍ଟା ପାଇଁ ସୋସିଆଲ ମିଡିଆ ବନ୍ଦ । ଗୋଷ୍ଠୀ ସଂଘର୍ଷ…

3 hours ago

ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଓଡ଼ିଶାର ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି କିସ୍ତି ପ୍ରଦାନ କଲେ

ବରଗଡ଼ : ସେପଟେ ଓଡ଼ିଶାର ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

3 hours ago

ଅଟୋ ଓଲଟି ଡ୍ରାଇଭର ସମେତ ୫ ଆହାତ, ମେଡିକାଲରେ ଭର୍ତ୍ତି

ଆସ୍କା : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଜାନିବିଲି ଗ୍ରାମ ନିକଟରେ ଯାତ୍ରୀବାହି ଅଟୋ ଓଲଟି ଡ୍ରାଇଭର ସମେତ ୫…

5 hours ago

ଦିଲ୍ଲୀରୁ ୪ ଲକ୍ଷ ଟଙ୍କା ଓ ୭୦ ଲକ୍ଷର ହୀରା ସୁନା ଗହଣା ଚୋରି କରିଥିଲେ ସୋରରୁ ତିନି ଜଣଙ୍କୁ ବାନ୍ଧିଲା ପୋଲିସ

ସୋର(କେନ୍ୟୁଜ୍‌): ଦିଲ୍ଲୀରେ ଚଳାଇଥିଲେ ଲୁଟ୍‌ର ଆତଙ୍କ । କୋଟି କୋଟି ଟଙ୍କା ଲୁଟି ଦିଲ୍ଲୀରୁ ଛୁ ମାରିଥିଲେ । ସେ…

5 hours ago