ଆଜିଠୁ ପୁଣି ବଢ଼ିବ ବର୍ଷା: ସମୁଦ୍ର ପତ୍ତନ ଠାରୁ ୪.୫ରୁ ୫.୮ କିମି ଉଚ୍ଚରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ

କେନ୍ୟୁଜ୍(ବ୍ୟୁରୋ): ପୁଣି ଏକ ଲଘୁଚାପ ସମ୍ଭାବନା । ବଢ଼ିବ ବର୍ଷା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ମିଆଁମାର ଉପକୂଳର ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୪.୫ରୁ ୫.୮ କିମି ଉଚ୍ଚରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆସନ୍ତା ୨୯ ତାରିଖରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଆଜିଠୁ ବଢ଼ିବ ବର୍ଷା ପରିମାଣ ।

ଉତ୍ତର ଉପକୂଳରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆଜି ଓ କାଲି କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଦୁଇ ଦିନ କିଛି ଜିଲ୍ଲାରେ ଘଡ଼ଘଡ଼ି ଓ ବଜ୍ରପାତର ଆଶଙ୍କା ରହିଛି । ଜୁନ୍‌ ୧ରୁ ଅଗଷ୍ଟ ୨୨ ମଧ୍ୟରେ ରାଜ୍ୟରେ ୯୪୧.୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଯାହାକି ଏହି ସମୟର ସ୍ୱାଭାବିକ  ବର୍ଷା ଠାରୁ  ୮୨୨.୯ ମିଲିମିଟର ତୁଳନାରେ ୧୪ ପ୍ରତିଶତ ଅଧିକ। ଏହି ସମୟ ମଧ୍ୟରେ କନ୍ଧମାଳରେ ସ୍ୱାଭାବିକଠାରୁ ଅତ୍ୟଧିକ ବର୍ଷା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.