Below header

ପୁଣିଥରେ ଦାନା ବାନ୍ଧୁଛି ଲଘୁଚାପ : ୨୦ରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର (କେନ୍ୟୁଜ୍) : ଆସନ୍ତା ୨୪ ଘଣ୍ଟା ଭିତରେ ଘୂର୍ଣ୍ଣବଳୟ ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି । ତିନି ଦିନ ଧରି ଘଡ଼ଘଡି ସହ ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବେଶୀ ବର୍ଷିବ । ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଜିଲ୍ଲାରେ ବି ବର୍ଷିବ । ସମୁଦ୍ର ଅଶାନ୍ତ ରହୁଥିବାରୁ ଭିତରକୁ ନଯିବା ପାଇଁ ମତ୍ସଜୀବୀଙ୍କୁ ସତର୍କ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.