ଆଜି ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩କୁ ବୃଦ୍ଧି

ଭୁବନେଶ୍ୱର (କେନ୍ୟୁଜ) : ରାଜ୍ୟରେ ଥମିବାରେ ନାଁ ଧରୁନି କିଲର ଭାଇରସ କରୋନା। ଆଜି ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ। ସଂକ୍ରମିତ ଜଣଙ୍କ ବାଲେଶ୍ୱର ଜିଲ୍ଲାର ବୋଲି ଜଣାପଡୁଛି। ଏହି ଆକ୍ରାନ୍ତଙ୍କୁ ମିଶାଇ ବାଲେଶ୍ୱରରେ ସଂକ୍ରମିତଙ୍କ ସଂଖ୍ୟା ୨୦ରେ ପହଁଚିଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ୱେବସାଇଟରୁ ଏହାର ସୂଚନା ମିଳିଛି। ଏଥିସହିତ ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୪୩କୁ ବୃଦ୍ଧି ପାଇଛି। ଆପଣଙ୍କୁ ଜଣାଇବାକୁ ଚାହିଁବୁ ଯେ ରାଜ୍ୟରେ ୧୦୧ କୋଭିଡ-୧୯ କେସ ସକ୍ରିୟ ଥିବାବେଳେ ୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ଜଣଙ୍କର ମୃତ୍ୟୁ ହୋଇଛି।

baleswarr

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.